Saturday, March 7, 2026
Homeରାଜ୍ୟଗଙ୍ଗାଧର ମେହେର ସରକାରୀ ଉଚ୍ଚ ବିଦ୍ୟାଳୟ, ଦହିତା ଠାରେ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ...

ଗଙ୍ଗାଧର ମେହେର ସରକାରୀ ଉଚ୍ଚ ବିଦ୍ୟାଳୟ, ଦହିତା ଠାରେ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ ।

ପଦ୍ମପୁର-ଗଙ୍ଗାଧର ମେହେର ସରକାରୀ ଉଚ୍ଚ ବିଦ୍ୟାଳୟ, ଦହିତା ଠାରେ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ କ୍ଷୀରସିନ୍ଧୁ ସୁନା ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିଥିଲେ। ସମ୍ମାନୀତ ଅତିଥି ଭାବରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷ ଶ୍ରୀଯୁକ୍ତ ଉପେନ୍ଦ୍ର ପଟେଲ ଯୋଗଦେଇ ଥିଲେ।

ଏଥିରେ ସ୍କାଉଟ୍, ଗାଇଡ, ଜୁନିଅର ରେଡକ୍ରସ ଡ୍ରିମ୍ ବାଜାର ତାଳେ ତାଳେ ମାର୍ଚ୍ଚ ପାଷ୍ଟ ସହ ଅନ୍ୟ ସମସ୍ତ ଛାତ୍ର ଛାତ୍ରୀ ଯୋଗଦେଇ ଗୀତ ଗାଇ, ସ୍ଳୋଗାନ ଦେଇ ନଗର ପରିକ୍ରମା କରିଥିଲେ। ସମଗ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଶିକ୍ଷକ ଶ୍ରୀଯୁକ୍ତ କ୍ଷୀରୋଦ୍ର ନାଥ ସାହୁ। ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇ ଜାତୀୟ ପତାକା ସମ୍ମାନ ପ୍ରଦର୍ଶନ କରିଥିଲେ।ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା।

error: Content is protected !!