Saturday, March 7, 2026
Homeରାଜ୍ୟଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ।

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ।

ବରଗଡ-ଝାରଵନ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋଏଲ ଏବଂ ଆରକ୍ଷୀ ଅଧ୍ୟକ୍ଷ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୁନାଲ ମୋତିରାମ ଚୌହାନ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶ୍ରୀମତୀ ନିରୂପମା ଷଡଙ୍ଗୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାରଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୧୫୧ ଗୋଟି ଅଭିଯୋଗ ମଧ୍ୟରୁ ୧୨୨ ଗୋଟି ବ୍ୟକ୍ତିଗତ ଏବଂ ୨୯ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଶିବିରରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ଟ୍ରାଇସାଇକଲ୍ ପ୍ରଦାନ କରା ଯାଇଥିଲା ।

error: Content is protected !!