Saturday, March 7, 2026
Homeରାଜ୍ୟଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ।

ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ।

ପଦ୍ମପୁର-ପଦ୍ମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ଵାନ, ବରଗଡ଼ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁ, ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସୁଶାନ୍ତ କୁମାର ସିଂ, ପଦ୍ମପୁର ଉପଜିଲ୍ଲାପାଳ କୁମାରୀ ଅରୁଗୁଲା ସ୍ନେହା, ପଦ୍ମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଚନ୍ଦ୍ରମଣି ନାଗ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ଏହି ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୫୦ ଗୋଟି ଅଭିଯୋଗ ମଧ୍ୟରୁ ୩୪ ଗୋଟି ବ୍ୟକ୍ତିଗତ, ୧୨ ଗୋଟି ସାମୁହିକ ଏବଂ ୪ ଗୋଟି ସିଏମଆରଏଫ ଆଧାରିତ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଅତିରିକ୍ତ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

error: Content is protected !!