Saturday, March 7, 2026
Homeକଳା ସାହିତ୍ୟ ସଂସ୍କୃତିନୂଆପଡ଼ା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ।

ନୂଆପଡ଼ା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ।

ନୂଆପଡା(ଡୋଲେଶ୍ଵର ବାଗ)-ନୂଆପଡା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାସ ଏବଂ ଜିଲ୍ଳା ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଙ୍କ ନିର୍ଦେଶ କ୍ରମେ ଅଭିଯୋଗକାରୀଙ୍କ ପାଇଁ ସ୍ବତନ୍ତ୍ର ସାମିୟାନା, ଅଭିଯୋଗ ସମୟ ରେ ବସିବା ଓ ପିଇବା ପାଣି ସୁବିଧା କରାଯାଇଥିଲା l ଆଜିର ମୋଟ ୯୦ ଗୋଟି ଅଭିଯୋଗ ମଧ୍ୟରୁ ୭୨ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୮ ଗୋଟି ଗୋଷ୍ଠୀଗତ ଅଭିଯୋଗ ଶୁଣାଣି ପ୍ରଶାସନ କରିଛନ୍ତି।

ଅନ୍ୟ ମାନଙ୍କ ମଧ୍ୟରେ ଡି ଏଫ ଓ ଅଜିଜ ଖାନ, ଅତିରିକ୍ତ ଜିଲାପାଳ ସୁବାଷ ଚନ୍ଦ୍ର ରଇତା , ଜିଲ୍ଲା ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ସିଡିଏମଓ ଡ଼ଃ ଧରଣୀଧର ସେନାପତି, ନୂଆପଡା ବ୍ଲକ ଅଧ୍ୟକ୍ଷା ତାରେଶ୍ବରୀ ସାହୁ, ବିଡ଼ିଓ ଶରତ ଭୋଇ ଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।

error: Content is protected !!