Saturday, March 7, 2026
Homeଖେଳପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପୁରେନା ଠାରେ କ୍ରୀଡା ଦିବସ ପାଳିତ ।

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପୁରେନା ଠାରେ କ୍ରୀଡା ଦିବସ ପାଳିତ ।

ପଦ୍ମପୁର-ଶିକ୍ଷା ସପ୍ତାହ ପାଳନ ଅବସରରେ ଆଜି ତୃତୀୟ ଦିବସରେ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ପୁରେନା ପରିସର ମଧ୍ୟରେ କ୍ରୀଡାଙ୍ଗନ ତାଲିମ ପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀ ରେଣୁଧର ସାହୁଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ କ୍ରୀଡା ଦିବସ ପାଳିତ ହୋଇଯାଇଛି।

ଏହି ଅବସରରେ ଛାତ୍ରଛାତ୍ରୀ ମାନେ ବିଭିନ୍ନ ଖେଳ ଖେଳି ଥିଲେ। ସମସ୍ତ କାର୍ଯ୍ୟକ୍ରମରେ ଶ୍ରୀମତୀ ନନ୍ଦିନୀ ମିଶ୍ର, ଶ୍ରୀ ଅକ୍ଷୟ କୁମାର ବେହେରା, ଶ୍ରୀ ଲେକ୍ରୁ ବାରିକ, ଶ୍ରୀ ଚନ୍ଦ୍ରଭାନୁ ବଡ଼ଗୁଛିଆ ଓ ଶ୍ରୀ ସୁରେଶ ପଟେଲ ସହଯୋଗ କରିଥିଲେ।

error: Content is protected !!