Saturday, March 7, 2026
Homeକଳା ସାହିତ୍ୟ ସଂସ୍କୃତିବିରେନ୍ଦ୍ର କୁମାର ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ।

ବିରେନ୍ଦ୍ର କୁମାର ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ।

ଗାଇସିଲେଟ-ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଳକ ଅନ୍ତର୍ଗତ କଠଉମାଲ ସ୍ଥିତ ବିରେନ୍ଦ୍ର କୁମାର ଯୁକ୍ତ ୩ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ଅଞ୍ଚଳ କଲେଜର ପ୍ରାକ୍ତନ ଅଧ୍ୟକ୍ଷ ଶ୍ରୀଯୁକ୍ତ ଭୁବନ୍ଦେ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବିଜେପୁର ବିଧାୟକ ସନତ ଗଡତିଆ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବରେ ପଞ୍ଚାୟତସମିତି ମହାବିଦ୍ୟାଳୟ ଅଧ୍ୟକ୍ଷ ଡଃ ଜୟକେତନ ତ୍ରୀପାଠୀ ଏବଂ ସମ୍ମାନିତ ଅତିଥି ଭାବରେ ବିଡ଼ିଓ ଲକ୍ଷ୍ମଣ ମାଝି,ସରପଞ୍ଚ ଶେଷଦେବ ପଧାନ,ସମିତି ସଭ୍ୟ ସୁଶାନ୍ତ ସାହୁ,ଚାଷୀ ନେତା କିଶୋର ଚନ୍ଦ୍ର ଦେବତା ପ୍ରମୁଖ ଉପସ୍ଥିତ ଥିବା ବେଳେ ଗାଇସିଲେଟ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି,ପି.ଆର.ଆଇ ମେମ୍ବର ତଥା ଅନେକ ଶିକ୍ଷାବିତ ଉପସ୍ଥିତ ଥିଲେ । ଏହି ଅବସରରେ ସର୍ବପ୍ରଥମେ ମେଲଛାମୁଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସ୍ବର୍ଗତ ବିରେନ୍ଦ୍ର କୁମାର ସାହୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ହୋଇଥିଲା । ଶିକ୍ଷାନୁଷ୍ଠାନ ଆଗକୁ ଯିବାକୁ ହେଲେ ସମସ୍ତଙ୍କର ସହଭାଗିତା ଓ ସହଯୋଗର ଆବଶ୍ୟକ ରହିଛି, ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଭିଭାବକଙ୍କ ମିଳିତ ଉଦ୍ୟମ ଦ୍ୱାରା ମହାବିଦ୍ୟାଳୟର ବିକାଶ ଆଗକୁ ଯାଇଥାଏ। ଛାତ୍ରଛାତ୍ରୀ ସାଧନାରତ ଭାବେ ପାଠ ପଢିବା ସହିତ ସଂକଳ୍ପ ନେଇ ଶିକ୍ଷାଲାଭ କଲେ ସିଦ୍ଧାନ୍ତରେ ନିଶ୍ଚିତ ପହଞ୍ଚି ପାରିବେ ବୋଲି କହିଥିଲେ । ସରଳ ଜୀବନଚର୍ଯ୍ୟାରେ ଉଚ୍ଚ ଚିନ୍ତାଧାରା ରଖି ଗ୍ରାମାଞ୍ଚଳରେ ଶିକ୍ଷ୍ୟା ଓ କୃଷିର ଉନ୍ନତି କ୍ଷେତ୍ରରେ ଅନେକ କାର୍ଯ୍ୟ କରିଥିବା ସେହି ମହାନ ବ୍ୟକ୍ତି ସ୍ବର୍ଗତ ବିରେନ୍ଦ୍ର ସାହୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରି ମୁଁ ଗର୍ବିତ ମନେକରୁଛି ବୋଲି ମୁଖ୍ୟଅତିଥି ବିଧାୟକ ଶ୍ରୀଯୁକ୍ତ ଗଡତିଆ ପ୍ରକାଶ କରିଥିଲେ । ଘାତ ପ୍ରତିଘାତ ମଧ୍ୟରେ ମହାବିଦ୍ୟାଳୟ ୧୦ ବର୍ଷ ଅତିକ୍ରମ କରିସାରିଛି । ଏଠାରୁ ବହୁ କୃତୀ ଛାତ୍ରଛାତ୍ରୀ ଉଚ୍ଚ ଶିକ୍ଷା ଲାଭ କରିଛନ୍ତି ବୋଲି ମୁଖ୍ୟବକ୍ତା ଶ୍ରୀଯୁକ୍ତ ତ୍ରିପାଠୀ ପ୍ରକାଶ କରିଥିଲେ ଏବଂ ଦୀର୍ଘ ୧୦ ବର୍ଷ ପରେ ଦ୍ଵିତୀୟ ଥର ପାଇଁ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳନ ହୋଇଥିବାରୁ ମହାବିଦ୍ୟାଳୟର ଅଧକ୍ଷା ସୁଶ୍ରୀ ଭାବନା ସେଠଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହ ସାଧୁବାଦ ପ୍ରଦାନ କରିଥିଲେ । ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କୃତି ଛାତ୍ରଛାତ୍ରୀଙ୍କୁ ସମ୍ମାନିତ କରାଯାଇଥିଲା । ହେମନ୍ତ କୁମାର ପଣ୍ଡାଙ୍କ ନିର୍ଦ୍ଦେଶନାରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ,ଅଧ୍ୟାପିକା ଓ ସମସ୍ତ କର୍ମଚାରୀ ଏବଂ ଛାତ୍ରଛାତ୍ରୀଙ୍କ ପ୍ରୟାସରେ କାର୍ଯ୍ୟକ୍ରମଟି ଅତି ଶାନ୍ତି ଶୃଙ୍ଖଳାର ସହିତ ସମାପନ ହୋଇଥିବାରୁ ପରିଶେଷରେ ସମ୍ପାଦକ ଦେବେନ୍ଦ୍ର କୁମାର ଯୋଶୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

error: Content is protected !!