ଗାଇସିଲାଟ-ଗାଇସିଲାଟ ବ୍ଲକ ଅନ୍ତର୍ଗତ ବୁରୋମୁଣ୍ଡା ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନଶିକ୍ଷକ ଡ. ପ୍ରେମାନନ୍ଦ ବେହେରାଙ୍କ ତତ୍ତ୍ଵାବଧାନରେ ଆନ୍ତର୍ଜାତୀୟ ଯୋଗ ଦିବସ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ଶିକ୍ଷକ ପଞ୍ଚାନନ ମାଝୀ ଓ ମନୋଜ କୁମାର ପାଢୀ ପରିଚାଳନା କରିଥିଲେ । ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷା କର୍ମଚାରୀ ଅଂଶଗ୍ରହଣ କରିଥିଲେ ।



