Sunday, March 8, 2026
Homeରାଜ୍ୟଯମୁନା କାନ୍ଧୁନୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ l

ଯମୁନା କାନ୍ଧୁନୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ l

ପାଇକମାଳ-ପାଇକମାଳ ସହରର ଯମୁନା କାନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସର ଠାରେ ” ମା କେ ନାମ ଏକ ପେଡ” କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶାନ୍ତ ପଣ୍ଡା ସଭାପତିତ୍ଵରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅଥିତି ଭାବେ ପାଇକମାଳ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଦନ ସୁନା, ସମ୍ମାନିତ ଅତିଥି ଭାବେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଧେଶ୍ୟାମ ମେହେର, ସମାଜ ସେବୀ ଗୋବର୍ଦ୍ଧନ ଅଗ୍ରୱାଲ, ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦର ଆବାହକ ଦୁର୍ଯ୍ୟୋଧନ ପୁଟ୍ଟା, ପ୍ରକୃତି ବନ୍ଧୁ ଧୀରେନ୍ଦ୍ର ମହାନ୍ତି, ଶିକ୍ଷାବିତ ନନ୍ଦଳାଲ ନାୟକ ଯୋଗଦେଇ ଛାତ୍ରୀଙ୍କୁ ଏହି କାର୍ଯକ୍ରମ ଉପରେ ଆଲୋକପାତ କରିଥିଲେ । ଛାତ୍ରୀ ମାନଙ୍କ ମଧ୍ୟରେ ବକୃତା,ରଚନା, ପ୍ରତିଯୋଗିତା ଅନୁଷ୍ଠିତ ହୋଇ ପୁରସ୍କାର ବଣ୍ଟନ ହୋଇଥିଲା । ବିଦ୍ୟାଳୟ ପରିସର ମଧ୍ୟରେ ମା ଙ୍କ ନାମରେ ଗୋଟିଏ ଲେଖାଏ ଗଛ ସମସ୍ତ ଅତିଥି, ଶିକ୍ଷକ, ଶିକ୍ଷୟତ୍ରୀ, ଛାତ୍ରୀ ବୃକ୍ଷରୋପଣ କରିଥିଲେ l ଶେଷରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟତ୍ରୀ ଅନିମା ରାଉତ ଧନ୍ୟବାଦ ଅର୍ପଣ କରିଥିଲେ l

error: Content is protected !!