Saturday, March 7, 2026
Homeରାଜ୍ୟରାଜଭବନରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ।

ରାଜଭବନରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ।

ଭୁବନେଶ୍ୱର – ରାଜଭବନରେ ଗୁରୁବାର ଦିନ ରାଷ୍ଟୀୟ ଏକତା ଦିବସ ପାଳିତ ହୋଇଯାଇଛି । ଭାରତର ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଲୌହ ମାନବ ଭାରତ ରତ୍ନ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଇଥାଏ। ଏହି ଉପଲକ୍ଷେ ରାଜଭବନର ଅଭିଷେକ ହଲ୍ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସର୍ଦ୍ଦାର ପଟେଲଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ରାଜ୍ୟପାଳଙ୍କ ବ୍ୟକ୍ତିଗତ ସଚିବ ହିମାଂଶୁ ନାରାୟଣ ପଟ୍ଟନାୟକ ରାଜଭବନର ଅଧିକାରୀ ଓ କର୍ମଚାରୀମାନଙ୍କୁ ରାଷ୍ଟ୍ରୀୟ ଏକତା ଦିବସ ସଂପର୍କିତ ଶପଥ ପାଠ କରାଇଥିଲେ । ଦେଶର ଏକତା, ଅଖଣ୍ଡତା ଏବଂ ସୁରକ୍ଷାକୁ ବଜାୟ ରଖିବା, ଆଭ୍ୟନ୍ତରୀଣ ସୁରକ୍ଷା ସୁନିଶ୍ଚିତ କରିବା ନିମନ୍ତେ କାର୍ଯ୍ୟକରିବାକୁ କର୍ମଚାରୀମାନେ ସଂକଳ୍ପ ନେଇଥିଲେ ।

error: Content is protected !!