Thursday, February 13, 2025
spot_imgspot_imgspot_img
Homeକଳା ସାହିତ୍ୟ ସଂସ୍କୃତିସୁକୁଟାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ।

ସୁକୁଟାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ।

ଅତାବିରା(ସୁରେନ୍ଦ୍ର କଠାର)-ବରଗଡ ଜିଲା ଅତାବିରା ବ୍ଲକ ଅଧିନ ମନାପଡା ପଂଚାୟତ ସୁକୁଟାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନାତନ ସୁନାଙ୍କ ସଭାପତିତ୍ବରେ । ଏଥିରେ ମୁଖ୍ୟ ଅତିଥି ଭାବେ ବିଜେପି ରାଜ୍ୟକାର୍ଯ୍ୟକାରିଣୀ ସଦସ୍ୟ ମିଳନ ସେଠ,ସମ୍ମାନୀତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ସଭାନେତ୍ରୀ ସସ୍ମିତା ଦୀପ,ସିଆରସିସି ରଂଜନ ବାଗ,ହାସ୍ୟକବି ମନୋରଂଜନ ଲୁହା ପ୍ରମୁଖ ମଂଚାସୀନ ଥିଲେ ।

ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀ ମାନକୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ । ଶେଷରେ ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ,ପରିଚାଳନା କମିଟିର ସଦସ୍ୟ ସଦସ୍ୟା ସହଯୋଗ କରିଥିଲେ ।

error: Content is protected !!