ବୁଗୁଡ଼ା(ସୋରେନ କୁମାର ପ୍ରଧାନ)-ସ୍ଥାନୀୟ ଗୋଲାମୁଣ୍ଡୁଳା ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଏନ୍ଏସି ଅନ୍ତର୍ଗତ ବିଭିନ୍ନ ପ୍ରାଥମିକ ବିଦ୍ୟାଳୟର ୧ମ, ୨ୟ ଓ ୩ୟ ଶ୍ରେଣୀରେ ଅଧ୍ୟୟନରତ ଅନେକ ଛାତ୍ରଛାତ୍ରୀଙ୍କ ସମେତ ଅଭିଭାବକମାନେ ଉପସ୍ଥିତ ରହିଥିଲେ। ଏହି ମେଳାରେ ଗାଇଡ୍ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ତତ୍ତ୍ବାବଧାନରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ପ୍ରସ୍ତୁତ ବିଭିନ୍ନ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶିତ ହୋଇଥିଲା। ପ୍ରଧାନ ଶିକ୍ଷକ ସତ୍ଯ ନାରାୟଣ ବେହେରାଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ
![](https://jagrataprahari.com/wp-content/uploads/2025/01/IMG-20250129-WA0015-1024x586.jpg)
ମୁଖ୍ୟ ଅତିଥି ଭାବେ ଏନ୍ଏସି ଉପାଧ୍ୟକ୍ଷା ଗିତାଞ୍ଜଳୀ ପାଢୀ , ମୁଖ୍ୟ ବକ୍ତା ଭାବେ ଏବିଇଓ ତପସ୍ବିନୀ ସାହୁ , ସମ୍ମାନିତ ଅତିଥି ଭାବେ ସିଆରସିସି ସୁନିତା ପାଣିଗ୍ରାହୀ, ପ୍ରାକ୍ତନ କାଉନସିଲର ସୁଧାଂଶୁ ଶେଖର ପାଢୀ, ଏସ୍ଏମସି ସଭାପତି କବିରାଜ ଗୌଡ, ଅବସରପ୍ରାପ୍ତା ପ୍ରଧାନ ଶିକ୍ଷୟିତ୍ରୀ ସଞ୍ଜୁକ୍ତା ଦଳେଇ, ସନ୍ତୋଷ କୁମାର ମହାରଣା ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ କରିଥିଲେ। ଏ ଅବସରରେ ଏହି ମେଳାରେ ଅଂଶ ଗ୍ରହଣ କରିଥିବା ବିଦ୍ୟାଳୟ ଗୁଡିକର ଗାଇଡ ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ପ୍ରମାଣ ପତ୍ର ବଣ୍ଟନ ଏବଂ ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ପ୍ରଦାନ ସହ ପୁରସ୍କୃତ କରାଯାଇଥିଲା। ଏନ୍ଏସି କ୍ଲଷ୍ଟର ସିଆରସିସି କିରଣ ବାଳା ତ୍ରିପାଠୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ପରିଶେଷରେ ଶିକ୍ଷୟିତ୍ରୀ ମଧୁସ୍ମିତା ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।
![](https://jagrataprahari.com/wp-content/uploads/2024/10/Rahaul-3x5-copy-1024x614.jpg)
![](https://jagrataprahari.com/wp-content/uploads/2024/12/20241211_222518-1024x695.jpg)