ପଦ୍ମପୁର – ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁରର ପ୍ରଥମ ଶ୍ରେଣୀର ଅଭିଭାବକ ଅଭିଭାବିକା ମାନଙ୍କ ଘର ହିଁ ବିଦ୍ୟାଳୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଶିକ୍ଷା ବିକାଶ ସମିତି ବିଦ୍ୱତ ପରିଷଦ ସଭାପତି ଡ଼ଃ ବାଞ୍ଛାନିଧି ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ୱଳନ କରି ଶିଶୁ ର ସାମଗ୍ରୀକ ବିକାଶ ରେ ପିତା ମାତା ଙ୍କ ଭୂମିକା ଉପରେ ମାର୍ଗ ଦର୍ଶନ କରିଥିଲେ।ଶିଶୁ ମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଗାନ କରାଯାଇଥିଲା । ଭାରପ୍ରାପ୍ତ ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ।

ସସ୍ମିତା ଶତପଥୀ ଗୁରୁମା କାର୍ଯ୍ୟକ୍ରମ ର ସଂଯୋଜନା କରିଥିବା ବେଳେ ସମ୍ପାଦକ ଶ୍ରୀଯୁକ୍ତ ଜନକଲାଲ ମେହେର ଧନ୍ୟବାଦ ଅର୍ପଣ କରିଥିଲେ। ମାତୃଭାଷା ବିଷୟରେ ମନ୍ଦାକିନୀ ତ୍ରିପାଠୀ ଓ ଗଣିତ ବିଷୟରେ ଦୁର୍ବାଦଳ ସାହୁ ଗୁରୁଜୀ ଶିକ୍ଷା ଦାନ କରିଥିଲେ ।ପ୍ରାତଃ ପର୍ଯ୍ୟାୟ ପ୍ରମୁଖ ସୁଜାତା ତ୍ରିପାଠୀ ସୁଚନା ପ୍ରଦାନ କରିଥିଲେ ।ଉକ୍ତ କାର୍ଯ୍ୟକ୍ରମ ରେ ୯୨ଜଣ ପିତା ମାତା ସମେତ ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ରେ ଶିକ୍ଷା ଦାନ କରୁଥିବା ସମସ୍ତ ଗୁରୁଜୀ ଗୁରୁମା ଉପସ୍ଥିତ ଥିଲେ । ସମସ୍ତଙ୍କ ସହଯୋଗରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।
