Saturday, April 12, 2025
spot_imgspot_imgspot_img
Homeକଳା ସାହିତ୍ୟ ସଂସ୍କୃତିଘର ହିଁ ବିଦ୍ୟାଳୟ ପ୍ରକଳ୍ପ ଦ୍ୱିତୀୟ ପର୍ଯ୍ୟାୟ ଅନୁଷ୍ଠିତ

ଘର ହିଁ ବିଦ୍ୟାଳୟ ପ୍ରକଳ୍ପ ଦ୍ୱିତୀୟ ପର୍ଯ୍ୟାୟ ଅନୁଷ୍ଠିତ

ପଦ୍ମପୁର :ତା-୯/୩/୨୪ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ର ଶିଶୁ ବାଟିକା ବିଭାଗର ନୂତନ ଶିକ୍ଷାବର୍ଷ ପାଇଁ ଘର ହିଁ ବିଦ୍ୟାଳୟ ଦ୍ୱିତୀୟ ପର୍ଯ୍ୟାୟ ଅନୁଷ୍ଠିତ ହୋଇଯାଇଛି । ଆୟୁଷ ଡାକ୍ତର ମାନନୀୟ ଡ଼ଃ ସମୀର ମେହେର ମୂଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ୱଳନ ପୂର୍ବକ ବୟସ ଅନୁସାରେ ଶିଶୁ ର ଖାଦ୍ୟ ଓ ବିଭିନ୍ନ ରୋଗ ବିଷୟରେ ଉପସ୍ଥିତ ମାତା ପିତା ମାନଙ୍କୁ ମାର୍ଗ ଦର୍ଶନ କରିଥିଲେ ।ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଯୁବରାଜ ପଧାନ ଅତିଥି ପରିଚୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ।ସଂକୁଳ ଶିଶୁ ବାଟିକା ପ୍ରମୁଖ ସୁଜାତା ତ୍ରିପାଠୀ ସୂଚନା ପ୍ରଦାନ କରିଥିଲେ ।ଶରତ ମେହେର ଗୁରୁଜୀ ସଂଯୋଜନା କରିଥିବା ବେଳେ ଶିଶୁ ବାଟିକା ବିଭାଗର ଲିଲି ଗୁରୁମା ଓ ଗୀତା ଗୁରୁମା ଙ୍କ ଦ୍ୱାରା ପ୍ରାୟଗିକ କାଳାଂଶ ରେ ପୁଷ୍ଟିକର ଖାଦ୍ୟ ମୁଗ ଗଜା ପ୍ରସ୍ତୁତ କରାଯାଇଥିଲା ।ଶେଷରେ ସମ୍ପାଦକ ଶ୍ରୀ ଜନକଲାଲ ମେହେର ଧନ୍ୟବାଦ ଅର୍ପଣ କରିଥିଲେ ।ଏହି କାର୍ଯ୍ୟକ୍ରମ ରେ ୬୫ ଜଣ ନୂତନ ଅଭିଭାବକ ଅଭିଭାବିକା ଯୋଗ ଦେଇଥିଲେ ।ସମସ୍ତ ଗୁରୁଜୀ ଗୁରୁମା ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।

error: Content is protected !!