Tuesday, March 10, 2026
Homeରାଜ୍ୟଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ।

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ।

ବରଗଡ଼-ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ପଦମପୁର ଉପ ଜିଲ୍ଲାପାଳ ସୁଶ୍ରୀ ସ୍ନେହା ଅରଗୁଲା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ ନିରୂପମା ଷଡଙ୍ଗୀ ଏବଂ ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀ ବିକ୍ରମ ପଟ୍ଟନାୟକ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ୩ ଗୋଟି ତିନିଚକିଆ ସାଇକେଲ ପ୍ରଦାନ କରାଯିବା ସହ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୧୬୦ ଗୋଟି ଅଭିଯୋଗ ମଧ୍ୟରୁ ୧୩୬ ଗୋଟି ବ୍ୟକ୍ତିଗତ ଏବଂ ୨୪ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି ।

error: Content is protected !!