Saturday, March 7, 2026
Homeରାଜ୍ୟଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ।

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ।

ଗାଇସିଲେଟ-ଗାଇସିଲେଟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲଙ୍କ ସମେତ ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ଵାନ, ପଦ୍ମପୁର ଉପଜିଲ୍ଲାପାଳ କୁମାରୀ ଅରୁଗୁଲା ସ୍ନେହା ଏବଂ ବ୍ଲକ ଅଧ୍ୟକ୍ଷ ପ୍ରଣୟ କୁମାର ସାହୁ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଜିଲ୍ଲାପାଳ ଜନ ଅଭିଯୋଗ ଶୁଣାଣି ପୂର୍ବରୁ ଗାଇସିଲେଟ ବ୍ଲକସ୍ଥିତ ଅସ୍ଵାନ ହଲ ଠାରେ ଉପସ୍ଥିତ ରହି ସମସ୍ତ ବ୍ଲକସ୍ତରୀୟ କର୍ମଚାରୀଙ୍କୁ ସାଧୁତାର ଶପଥ ପାଠ କରାଇଥିଲେ ।

ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୧୮୬ ଗୋଟି ଅଭିଯୋଗ ମଧ୍ୟରୁ ୧୫୭ ଗୋଟି ବ୍ୟକ୍ତିଗତ ଏବଂ ୨୯ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

error: Content is protected !!