Saturday, March 7, 2026
Homeରାଜ୍ୟଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ।

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ।

ବରଗଡ଼-ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲଙ୍କ ସମେତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚୌହ୍ୱାନ,

ପଦ୍ମପୁର ଉପଜିଲ୍ଲାପାଳ କୁମାରୀ ଅରୁଗୁଲା ସ୍ନେହା, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଅମୃତପାଲ କୌର, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ. ନିରୁପମା ଷଡଙ୍ଗୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ କରିସ୍ମା ଭେସ୍ରାଙ୍କ ସମେତ ବ୍ଲକ ଅଧ୍ୟକ୍ଷା ବବି ପ୍ରଧାନ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୪୮ ଗୋଟି ଅଭିଯୋଗ ମଧ୍ୟରୁ ୨୮ ଗୋଟି ବ୍ୟକ୍ତିଗତ, ୨୦ ଗୋଟି ସାମୁହିକ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

error: Content is protected !!