Saturday, March 7, 2026
Homeରାଜ୍ୟଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ।

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ।

ବରଗଡ଼-ଭେଡ଼େନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧ୍ୟକ୍ଷ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ବରଗଡ଼ ଉପଜିଲ୍ଲାପାଳ ଶ୍ରୀ ପ୍ରସନ୍ନ କୁମାର ପାଣ୍ଡେ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ନିରୂପମା ଷଡଙ୍ଗୀ ଏବଂ ବ୍ଲକ ଅଧ୍ୟକ୍ଷା ସୁପ୍ରଭା ମହାଲିଙ୍ଗ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।

ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୬୨ ଗୋଟି ଅଭିଯୋଗ ମଧ୍ୟରୁ ୪୫ ଗୋଟି ବ୍ୟକ୍ତିଗତ, ୧୭ ଗୋଟି ସାମୁହିକ ଅଭିଯୋଗ ଏବଂ ଶୁଣାଣି ସମୟରେ ସେଥିମଧ୍ୟରୁ ୧ ଗୋଟି ଅଭିଯୋଗର ତତକ୍ଷଣାତ ସମାଧାନ କରି ଅନ୍ୟ ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

error: Content is protected !!