Saturday, March 7, 2026
Homeରାଜ୍ୟଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ।

ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ।

ବରଗଡ଼-ପଦ୍ମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିର ରେଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋଏଲ୍ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ଵାନ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା,‌ଡ଼ ନିରୂପମା ଷଡ଼ଙ୍ଗୀ ବରଗଡ଼, ପଦ୍ମପୁର ଉପଜିଲ୍ଲାପାଳ ଅରୁଗୁଲା ସ୍ନେହା, ଗୋଷ୍ଠୀ ଉନ୍ନୟନ ଅଧିକାରୀ,ସରୋଜା ବେହେରା ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣାଣି ଥିଲେ।

ସୂଚନା ଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୫୬ ଗୋଟି ଅଭିଯୋଗ ମଧ୍ୟରୁ ସାମୁହିକ ୪୩ ଗୋଟି ବ୍ୟକ୍ତିଗତ ୧୩ ଗୋଟି ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଅତିରିକ୍ତ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

error: Content is protected !!