Saturday, March 7, 2026
Homeରାଜ୍ୟପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଉତ୍କଳ ଦିବସ ପାଳିତ।

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଉତ୍କଳ ଦିବସ ପାଳିତ।

ପଦ୍ମପୁର-ସ୍ଥାନୀୟ ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଉତ୍କଳ ଦିବସ ପାଳନ ହୋଇସାରିଛି ।ଉକ୍ତ ଅବସରରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷକ ଶ୍ରୀ ଯୁକ୍ତ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀଙ୍କ ସଭାପତିତ୍ବ କରିଥିବା ବେଳେ ମାନସ ରଞ୍ଜନ ଶତପଥୀ ସଭା ପରିଚାଳନା କରିଥିଲେ । ଶିକ୍ଷକ ଶିକ୍ଷୟିତ୍ରୀ ଉତ୍କଳ ଦିବସର ମହତ୍ତ୍ଵ ବର୍ଣ୍ଣନା କରିଥିଲେ ।

ଉତ୍କଳ ଦିବସ ଉପଲକ୍ଷେ ଆୟୋଜିତ ବକ୍ତୃତା ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରୀଙ୍କୁ ପ୍ରଧାନ ଶିକ୍ଷୟିତ୍ରୀ ହାତ ଘଣ୍ଟା ଦେଇ ପୁରସ୍କୃତ କରିଥିଲେ।ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ରାଣୀ ସାହୁ ଧନ୍ୟବାଦ ଜ୍ଞାପନ କରିଥିଲ। ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଷଷ୍ଠ ରୁ ଦଶମ ଶ୍ରେଣୀର ଛାତ୍ରୀମାନଙ୍କୁ ପୌଷ୍ଟିକ ଲଡୁ ଓ ମଧ୍ୟାହ୍ନଭୋଜନ ଦିଆଯାଇଥିଲା ।

ବିଦ୍ୟାଳୟର ପୂଜାରାଣୀ ନାୟକ, ରବୀନା ପଧାନ, ସଂଯୁକ୍ତା ଭୋଇ ,ମନିଷା ଭୋଇ,ବୃନ୍ଦାବତୀ ସାହୁ , ଖୁସବୁ ବରିହା ,ଜ୍ୟୋତି ରେଖା ମହାନନ୍ଦ ,ଅମନ୍ କୁମାର ପଣ୍ଡା,ପ୍ରଭାତୀ ପଟ୍ଟନାୟକ,ମମତା ମିଶ୍ର ,ନିଳୀମା ରାଣୀ ମହାନ୍ତି,ସୁଷମା ଦାଶ,ଦୁଷ୍ମନ୍ତ ଛତର,କମଳା କୁମ୍ଭାର,ପ୍ରଭାସିନୀ ସାହୁ କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ ।

error: Content is protected !!