Saturday, March 7, 2026
Homeରାଜ୍ୟବୀରମହାରାଜପୁର ମହାବିଦ୍ୟାଳୟର ୪୪ତମ ବାର୍ଷିକ ଉତ୍ସବ ପାଳିତ ।

ବୀରମହାରାଜପୁର ମହାବିଦ୍ୟାଳୟର ୪୪ତମ ବାର୍ଷିକ ଉତ୍ସବ ପାଳିତ ।

ସୁବର୍ଣ୍ଣପୁର(ଶାନ୍ତନୁ କୁମାର କର୍ଣ୍ଣ)-ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟର ୪୪ତମ ବାର୍ଷିକ ଉତ୍ସବ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ହିମାଂଶୁ ଶେଖର ପାଢୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି ଲେହି ସଭାରେ ସ୍ଥାନୀୟ ବିଧାୟକ ଇଂ ରଘୁନାଥ ଜଗଦଲା ମୁଖ୍ୟ ଅତିଥି ବିନିକା ସିଦ୍ଧାର୍ଥ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ.ଧିରେନ୍ଦ୍ର କୁମାର ନାୟକ ମୁଖ୍ଯବକ୍ତା ବୀରମହାରାଜପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶାନ୍ତି ଲୁହା, ମହାବିଦ୍ୟାଳୟର ପରିଚାଳନା ସମିତିର ସଭାପତି ସ୍ବୟମ୍ଭୁନାଥ ଖଣ୍ଡଗିରୀ ଓ ମହାବିଦ୍ୟାଳୟର ଇଂରାଜୀ ବିଭାଗର ପ୍ରଧ୍ୟାପିକା ଗୀତାଞ୍ଜଳି ପୂଜାରୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପରିଶ୍ରମ ଓ ଆତ୍ମବିଶ୍ଵାସ ଶ୍ରେଷ୍ଠ ସ୍ଥାନରେ ପହଞ୍ଚାଇଥାଏ ବୋଲି ମତବ୍ୟକ୍ତ କରିଥିଲେ । ଏହି ଅବସରରେ ମହାବିଦ୍ୟାଳୟର ମୁଖପତ୍ର ଭୂମା ଅତିଥିଙ୍କ ଦ୍ବାରା ଉନ୍ମୋଚନ ହୋଇଥିଲା। ପ୍ରାଣୀ ବିଜ୍ଞାନର ବିଭାଗୀୟ ମୁଖ୍ୟ ସଞ୍ଜିତ କୁମାର ନାୟକଙ୍କୁ ତାଙ୍କର ଉଲ୍ଲେଖନୀୟ କାଯ୍ୟ ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା।

ସେହିପରି ବାର୍ଷିକ କ୍ରୀଡ଼ାରେ ଚମ୍ପିଆନ ହୋଇଥିବା ଯୁକ୍ତଦୁଇ ବାଳକ ବିଭାଗରେ ଅଣାକାର ସାହୁ ଓ ବାଳିକା ବିଭାଗରେ ନମିତା ଜଗଦଲା, ଯୁକ୍ତତିନି ବାଳକ ବିଭାଗରେ ଆଶିଷ ଜଗଦଲା ଓ ବାଳିକା ବିଭାଗରେ ପ୍ରିୟଙ୍କା ପ୍ରିୟଦର୍ଶିନୀ ଭୋଇଙ୍କୁ ପୁରସ୍କୃତ କରାଯାଇଥିବାବେଳେ ଏହି ଅବସରରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ମାନପତ୍ର ସହ ପୁରସ୍କାର ପ୍ରଦାନ କରାଯାଇଥିଲା। ଅଧ୍ୟାପିକା ଡ. ବନ୍ଦିତା ବିଶ୍ଵାଳ ଅତିଥି ପରିଚୟ ସହ ସ୍ବାଗତ ଭାଷଣ ଦେଇଥିବା ବେଳେ ଅଧ୍ୟାପିକା ଯାମିନୀ ଦାଶ ମଞ୍ଚପରିଚାଳନା ଓ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ର ଅଧ୍ୟାପକ ଓ ଅଧ୍ୟାପିକା ସମେତ ଅଣଶିକ୍ଷା କର୍ମଚାରୀ ମାନେ ସହଯୋଗ କରିଥିଲେ ।

error: Content is protected !!