Tuesday, May 13, 2025
spot_imgspot_imgspot_img
Homeକଳା ସାହିତ୍ୟ ସଂସ୍କୃତିମହୁଲପାଲିଠାରେ ବୈଶାଖ ପୂର୍ଣିମାରେ ଅଙ୍ଗ ଆଳତୀ ।

ମହୁଲପାଲିଠାରେ ବୈଶାଖ ପୂର୍ଣିମାରେ ଅଙ୍ଗ ଆଳତୀ ।

ପଦ୍ମପୁର – ଭାରରତୀୟ ସଂସ୍କୃତି ପରମ୍ପରାରେ କେଉଁ ଅନାଦିକାଳରୁ  ପ୍ରକୃତି, ନଦନଦୀ, ବୃକ୍ଷଳତାକୁ ଉପାସନା କରିବାର ଧାରା ରହି ଆସିଛି  । ଏହାକୁ ଉପଜୀବ୍ୟ କରି ସୋମବାର ବୈଶାଖ ପୂର୍ଣିମା ତିଥି ସନ୍ଧ୍ୟା ୬ ଘଣ୍ଟା ସମୟରେ ଐତିହାସିକ ନବମ ଅଙ୍ଗ ଆଳତୀ କରାଯାଇଛି । ଦିବ୍ୟଜ୍ୟୋତି ନୃସିଂହ ପଞ୍ଜିକାର ଗଣନାକାର ପଣ୍ଡିତ ଶ୍ରୀ ଆଶୁତୋଷ ପାଣିଗ୍ରାହୀ ଜ୍ୟୋତିଷ ପ୍ରବୀଣଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ମହୁଲପାଲି ସ୍ଥିତ ଶିବ ମନ୍ଦିର ଘାଟରେ ଅଙ୍ଗ ଆଳତୀ ଅନୁଷ୍ଠିତ ହୋଇଛି ।

ମୁଖ୍ୟ କର୍ତ୍ତା ଭାବରେ ଶ୍ରୀ ଫକୀର ରଣା ସହଧର୍ମିଣୀ ସୀମା ରଣା କର୍ତ୍ତା ଦାୟିତ୍ୱ ତୁଲାଇଥିଲେ । ଏହି ଆଳତୀ ସମୟରେ ଘଣ୍ଟ,ଶଙ୍ଖ ଓ  ବ୍ରାହ୍ମଣ ମାନଙ୍କ ଦ୍ୱାରା ବୈଦିକ ମନ୍ତ୍ରପାଠ ସମଗ୍ର ପରିବେଶକୁ ମୁଖରୀତ କରିଥିଲା । ଏହି ଅବସରରେ ପଣ୍ଡିତ ଲକ୍ଷ୍ମୀକାନ୍ତ ତ୍ରିପାଠୀ, ପଣ୍ଡିତ ଖଗେଶ୍ବର ତ୍ରିପାଠୀ, ପଣ୍ଡିତ ଆନନ୍ଦ ମିଶ୍ର, ଅନିଲ ପଣ୍ଡା, ବାବୁଲ ପଣ୍ଡା, ନରେନ୍ଦ୍ର ମହାପାତ୍ର, ଭବାନୀ ଶଙ୍କର ମହାପାତ୍ର, ଦୁଷ୍ମନ୍ତ (କୁଶ) ସାହୁ, 

ମଣ୍ଟୁ ଦାସ, ତୁଳରାମ ସାହୁ, ଦେବାଧି ମେହେର,ଟୁନା ସାହୁ, ପ୍ରଶାନ୍ତ ସାହୁ,  ପଞ୍ଚମ ସାହୁ, ଅକ୍ଷୟ ଦାଶ, ପ୍ରତାପ ନାଥ, ନାରାୟଣ ପଣ୍ଡା, ସନ୍ତୋଷ କୁମାର ପଣ୍ଡା, ଦୀପକ ଭୋଇ, ସମୀର ଦୋରା, ବାବୁଲାଲ ସାହୁ ଓ ମହୁଲପାଲି ଗ୍ରାମର ମାତୃ ମଣ୍ଡଲି ଉପସ୍ଥିତ ରହି ଆଳତୀ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ । ପରିଶେଷରେ ଭକ୍ତ ମାନଙ୍କୁ ପ୍ରସାଦ ବଣ୍ଟନ କରାଯାଇଥିଲା ।

error: Content is protected !!