Saturday, March 7, 2026
Homeରାଜ୍ୟମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବୌଦ୍ଧରେ ପ୍ରସ୍ତୁତି ବୈଠକ ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବୌଦ୍ଧରେ ପ୍ରସ୍ତୁତି ବୈଠକ ।

ବୌଦ୍ଧ(ନବ କିଶୋର ମେହେର)-ବୌଦ୍ଧ ମହୋତ୍ସବ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇ ଯାଇଛି । ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ବିଭୁତି ଭୁଷଣ ନାୟକ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସାର୍ଥକ ରାୟ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, କନ୍ଧମାଳ ସାଂସଦଙ୍କ ଜିଲ୍ଲା ପ୍ରତିନିଧି ଯୁଗଳ କିଶୋର ସାମଲ ଓ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୪ ତାରିଖ ଦିନ ବୌଦ୍ଧ ଜିଲ୍ଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଶୁଭ ଉଦଘାଟନ କରିବା ସହ ସନ୍ଧ୍ୟାରେ ବୌଦ୍ଧ ମହୋତ୍ସବରେ ଅତିଥି ଭାବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି | ଉକ୍ତ ଅବସରରେ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା, ବିଭିନ୍ନ କାର୍ଯ୍ୟକ୍ରମର ସୁପରିଚାଳନା, ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ ଆଦି ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଥିଲା ।

error: Content is protected !!