ପଦ୍ମପୁର-ପଞ୍ଚାୟତ ଉଚ୍ଚବିଦ୍ୟାଳୟ ପୁରେନା ପରିସର ମଧ୍ୟରେ ଏକ ସ୍ୱାସ୍ଥ୍ୟ ସଚେତନତା ସମ୍ବନ୍ଧିତ ଆୟୁଷ୍ମାନ ଆରୋଗ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ସଭାପତିତ୍ବ କରିଥିଲେ ପ୍ରଧାନଶିକ୍ଷକ ଶ୍ରୀ ରେଣୁଧର ସାହୁ ଓ ସଂଯୋଜନା କରିଥିଲେ ଶିକ୍ଷକ ଶ୍ରୀ ପ୍ରମୋଦ ନାଥ।
କମ୍ୟୁନିଟି ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀ ଦୀପକ କୁମାର ସାହୁ ସ୍ବାସ୍ଥ୍ୟରକ୍ଷା ଉପରେ ତାଙ୍କର ବକ୍ତବ୍ୟ ରଖିଥିଲେ। ଏହି ସଭାରେ ବରିଷ୍ଠ ଶିକ୍ଷକ ଶ୍ରୀ ଅକ୍ଷୟ କୁମାର ବେହେରା ଓ ଶ୍ରୀ ଚନ୍ଦ୍ରଭାନୁ ବଡଗୁଛିଆ ଉପସ୍ଥିତ ଥିଲେ। ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ କୁଇଜ୍ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।
କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ସମସ୍ତ କାର୍ଯ୍ୟରେ ଶ୍ରୀ ସୁରେଶ ପଟେଲ ସହଯୋଗ କରିଥିଲେ ଓ ଶେଷରେ କମ୍ୟୁନିଟି ସ୍ବାସ୍ଥ୍ୟ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ।