Saturday, March 7, 2026
Homeକଳା ସାହିତ୍ୟ ସଂସ୍କୃତିପଦ୍ମପୁର ବାଳିକା ଉଚ୍ଚ ବିଦ୍ୟାଳୟରେ ଜୁନିୟର ରେଡ଼କ୍ରସ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ।

ପଦ୍ମପୁର ବାଳିକା ଉଚ୍ଚ ବିଦ୍ୟାଳୟରେ ଜୁନିୟର ରେଡ଼କ୍ରସ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ।

ପଦ୍ମପୁର – ପଦ୍ମପୁର ବାଳିକା ଉଚ୍ଚ ବିଦ୍ୟାଳୟରେ ଜୁନିଅର ରେଡ କ୍ରସ କାଉନସିଲର ମାନଙ୍କ ଏକ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଯାଇଛି। ପଦ୍ମପୁର, ପାଇକମାଳ ଓ ଝାରବନ୍ଧ ବ୍ଲକର ସମୁଦାୟ ୩୬ ଜଣ କାଉନସିଲର ଏହି ଶିବିରରେ ପ୍ରଶିକ୍ଷଣ ଲାଭ କରିଥିଲେ। ମୁଖ୍ୟ ଅତିଥି ଭାବରେ ପାଇକମାଳର ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ପତାକା ଉତ୍ତୋଳନ ପୂର୍ବକ କାର୍ଯ୍ୟକ୍ରମର ଆରମ୍ଭ ହୋଇଥିଲା।

ପଦ୍ମପୁର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ସଭାପତିତ୍ୱରେ ହୋଇଥିବା ଉଦ୍ଘାଟନୀ ସଭାରେ ଝାରବନ୍ଧ ଗୋଷ୍ଠୀ ଶିକ୍ଷା,ବାଳିକା ଉଚ୍ଚ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନଶିକ୍ଷକ, ପାଇକମାଳ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦ୍ୱାଦଶ କୁମାର ପ୍ରଧାନ, ଶେଷଦେବ ମେହେର ଓ ଚୂଳସୁନ୍ଦର ମେହେର ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।

ଜିଲ୍ଲା ଜୁନିୟର ରେଡକ୍ରସ ଅଧିକାରୀ ହେମନ୍ତ କୁମାର ସାମାଲ ଓ ଶୁଭଶ୍ରୀ ଭୋଇ ସାଧନ କର୍ମୀ ଭାବରେ ଯୋଗ ଦେଇ ଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ କର୍ମଚାରୀ ଏହି କାର୍ଯ୍ୟକ୍ରମ କୁ ସୁଚାରୁ ରୂପେ ସମ୍ପାଦନ କରିବାରେ ସହଯୋଗ କରିଥିଲେ।

error: Content is protected !!