Saturday, March 7, 2026
Homeକଳା ସାହିତ୍ୟ ସଂସ୍କୃତିଡଙ୍ଗାଘାଟ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ।

ଡଙ୍ଗାଘାଟ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ।

ପଦ୍ମପୁର – ଡଙ୍ଗାଘାଟ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ଶଙ୍କର୍ଷଣ ନାଗଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ବିଧାୟିକା ବର୍ଷା ସିଂ ବରିହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରି କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ। ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟା ପୂର୍ଣ୍ଣିମା ରଣା ଉଦବୋଧନ ଦେଇଥିଲେ।

ପ୍ରଧାନ ଶିକ୍ଷକ ମନୋଜ ଦାଶ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଶିକ୍ଷକ ରବି ଶଙ୍କର ପଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ସହଯୋଗ କରିଥିବା ବେଳେ କୁମ୍ଭାରୀ, ଲୋଇସିଂହା, ବଲାଙ୍ଗିର ଭବାନିପାଟଣା ଓ କଟକର କଳାକାର ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

error: Content is protected !!