Saturday, March 7, 2026
Homeରାଜ୍ୟପି.ଏମ.ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଦଶମ ପରୀକ୍ଷା ସାର୍ଟିଫିକେଟ ବଣ୍ଟନ ।

ପି.ଏମ.ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଦଶମ ପରୀକ୍ଷା ସାର୍ଟିଫିକେଟ ବଣ୍ଟନ ।

ପଦ୍ମପୁର-ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ସ୍ଥାନୀୟ ପି.ଏମ.ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଗତ ଦଶମ ଶ୍ରେଣୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ୯୧ ଜଣ ଛାତ୍ରୀ ମାନଙ୍କୁ ଆଜି ସାର୍ଟିଫିକେଟ ଓ ଅନ୍ୟାନ୍ୟ କାଗଜାତ୍ ବଣ୍ଟନ କରାଯାଇଛି ।ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ଛାତ୍ରୀମାନଙ୍କୁ ଭବିଷ୍ୟତରେ ସୁନାଗରିକ ହୋଇ ଦେଶ ସେବାରେ ନିଜକୁ ଉତ୍ସର୍ଗୀକୃତ ହେବା ପାଇଁ ଉପଦେଶ ଦେବା ସହ ସମସ୍ତଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ ।

ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀ ଲୋକନାଥ ଭୋଇଙ୍କର ଆଶିଷ ବଚନ ଛାତ୍ରୀମାନଙ୍କୁ ପ୍ରଦାନ କରାଯାଇଥିଲା । ବିଦ୍ୟାଳୟର ଜ୍ୟୋତ୍ସା ରାଣୀ ସାହୁ ,ମାନସ ରଞ୍ଜନଆ ଶତପଥୀ , ପୂଜାରାଣୀ ନାୟକ, ରବୀନା ପଧାନ, ସଂଯୁକ୍ତା ଭୋଇ , ମନୀଷା ଭୋଇ , ବୃନ୍ଦାବତୀ ସାହୁ , ଖୁସବୁ ବରିହା , ଜ୍ୟୋତିରେଖା ମହାନନ୍ଦ ,ଅମନ୍ କୁମାର ପଣ୍ଡା,ପ୍ରଭାତୀ ପଟ୍ଟନାୟକ,ମମତା ମିଶ୍ର ,ନିଳୀମା ରାଣୀ ମହାନ୍ତି,ସୁଷମା ଦାଶ,ଦୁଷ୍ମନ୍ତ ଛତର,କମଳା କୁମ୍ଭାର,ପ୍ରଭାସିନୀ ସାହୁ ଉକ୍ତ କାର୍ଯ୍ୟକୁ ସଫଳ କରିବାରେ ସହଯୋଗ କରିଥିଲେ ।

error: Content is protected !!