Sunday, March 8, 2026
Homeରାଜ୍ୟକ୍ଲଷ୍ଟର ସ୍ତରୀୟ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ।

କ୍ଲଷ୍ଟର ସ୍ତରୀୟ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ।

ପାଇକମାଲ-ପାଇକମାଲ ବ୍ଲକ ଅନ୍ତର୍ଗତ ବୁକୁର|ମୁଣ୍ଡା ସେବାଶ୍ରମରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଟେମରୀର ସହକାରୀ ଶିକ୍ଷକ ଶ୍ରୀଯୁକ୍ତ ଡୋଳାମଣି ପ୍ରଧାନଙ୍କ କ୍ଲଷ୍ଟର ସ୍ତରୀୟ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରବୀନ୍ଦ୍ର ପଟେଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମହୁଲପାଲି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଦେବାର୍ଚନ ଭୋଇ ମୁଖ୍ୟ ଅତିଥି ଓ ଟେମରୀ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀଯୁକ୍ତ ମହେଶ୍ୱର ହରିପାଳ ସମ୍ମାନିତ ଅତିଥି ଭାବେ ମଂଚାସୀନ ଥିଲେ ।

ସର୍ବପ୍ରଥମେ ମା ସରସ୍ବତୀ ଦେବୀଙ୍କ ପୂଜାର୍ଚନା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ବୁକୁରମୁଣ୍ଡା ଉ. ପ୍ରା. ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଭୁବନେଶ୍ୱର ମହାନନ୍ଦ ସଭାକାର୍ଯ୍ୟ ପରିଚାଳନା କରିଥିଲେ । ଉପସ୍ଥିତ ଅତିଥିଗଣ ଓ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀବୃନ୍ଦ ବିଦାୟୀ ଶିକ୍ଷକ ଶ୍ରୀଯୁକ୍ତ ପ୍ରଧାନଙ୍କ ସରଳତା, ସମୟାନୁବର୍ତ୍ତିତା, କର୍ମତତ୍ପରତା, ସହିଷ୍ଣୁତା ଆଦି ଗୁଣର ଭୁରି ଭୁରି ପ୍ରସଂଶା କରଥିଲେ । ପରେ ବିଦାୟୀ ଶିକ୍ଷକଙ୍କୁ ମାନପତ୍ର, ଉତ୍ତରୀୟ ଓ ଉପଢୌକନ ପ୍ରଦାନ କରାଯାଇଥିଲା ।ପରିଶେଷରେ ଖୁର୍ଷାପାଲି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ କପିଳ ବାଗ ଅତିଥିମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

error: Content is protected !!