Saturday, March 7, 2026
Homeକଳା ସାହିତ୍ୟ ସଂସ୍କୃତିଜେଜେ ବାପା ଜେଜେ ମାଆ ସମ୍ମିଳନୀ ଅନୁଷ୍ଠିତ ।

ଜେଜେ ବାପା ଜେଜେ ମାଆ ସମ୍ମିଳନୀ ଅନୁଷ୍ଠିତ ।

ପଦ୍ମପୁର – ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଜେଜେ ବାପା ଜେଜେ ମାଆ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଅବସରପ୍ରାପ୍ତ ଶିକ୍ଷକ ଶ୍ରୀଯୁକ୍ତ ରବିନ୍ଦ୍ରନାଥ ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଶିଶୁର ସର୍ବାଙ୍ଗୀନ ଉନ୍ନତି ତଥା ଶିଶୁ ମାନଙ୍କୁ ଠିକ ଭାବରେ ଗଢ଼ି ତୋଳିବାରେ ଜେଜେ ବାପା ଜେଜେ ମାଆଙ୍କ ଭୂମିକା କେତେ ଗୁରୁତ୍ୱପୂର୍ଣ୍ଣ ସେ ବିଷୟରେ ମାର୍ଗ ଦର୍ଶନ କରିଥିଲେ।ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ।

ମୁଖ୍ୟ ବକ୍ତା ଭାବେ ସଂସ୍କୃତ ଶିକ୍ଷକ ଶ୍ରୀଯୁକ୍ତ ହରିହର ସାହୁ ଯୋଗଦେଇ ପ୍ରବଚନ କାର୍ଯ୍ୟକ୍ରମ କରିଥିଲେ। ଶିଶୁ ଭଉଣୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ସଭାପତି ଶ୍ରୀ ପୃଥିରାଜ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ସଂଜୀବ ସାହୁ ଓ ସସ୍ମିତା ଶତପଥୀ ସଂଯୋଜନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ୨୫୦ ଜଣ ଜେଜେ ବାପା ଜେଜେ ମାଆ ଓ ମାତୃଭାରତୀର ସଦସ୍ୟା ମାନେ ମଧ୍ୟ ଉପସ୍ଥିତ ଥିଲେ ।ସମସ୍ତ ଗୁରୁଜୀ ଗୁରୁମାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।

error: Content is protected !!