Saturday, November 23, 2024
spot_imgspot_imgspot_img
Homeକଳା ସାହିତ୍ୟ ସଂସ୍କୃତିଜିଲ୍ଲା ସ୍ତରୀୟ ୧୩୩ତମ ଡଃ ବି.ଆର୍. ଆମ୍ବେଦକର ଜୟନ୍ତୀ ପାଳିତ ।

ଜିଲ୍ଲା ସ୍ତରୀୟ ୧୩୩ତମ ଡଃ ବି.ଆର୍. ଆମ୍ବେଦକର ଜୟନ୍ତୀ ପାଳିତ ।

ଜିଲ୍ଲା ପ୍ରସାଶନ ତଥା ଜିଲ୍ଲାପାଳ,ଆରକ୍ଷୀ ଅଧିକ୍ଷକ ଏବଂ ଅତିରିକ୍ତ ଜିଲ୍ଲାପାଳଙ୍କ ଦ୍ୱାରା ଡ଼ଃ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଏବଂ ସ୍ଥାନୀୟ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟରେ ମିଷ୍ଟାନ୍ନ ବଣ୍ଟନ କାର୍ଯ୍ୟକ୍ରମ ।

ବରଗଡ଼-ଆଦର୍ଶ ଆଚରଣ ବିଧି ଅନୁପାଳନ ସହ ମହାଆଡମ୍ବର ସହକାରେ ସମ୍ବିଧାନର ପ୍ରଣେତା ତଥା ଭାରତରତ୍ନ ବାବାସାହେବ ଡ଼ଃ ଭୀମରାଓ ଆମ୍ବେଦକରଙ୍କ ଜିଲ୍ଳାସ୍ତରୀୟ ଜୟନ୍ତୀ ପାଳିତ ହୋଇଯାଇଛି । ସମାରୋହରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସାହାୟ ମୀନା ଏବଂ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁଙ୍କ ସମେତ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ଖୋସ୍ଲା ସ୍ଥାନୀୟ ଜିଲ୍ଲା ଦୌରା ଏବଂ ଦେୱାନୀ ଅଦାଲତ ସମ୍ମୁଖରେ ଥିବା ବାବାସାହେବ ଡ଼ଃ ଭୀମରାଓ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।

ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟରେ ଜିଲ୍ଲାପ୍ରଶାସନ ଦ୍ୱାରା ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ସମସ୍ଥ ଅଧିକାରୀ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମିଷ୍ଟାନ୍ନ ବଣ୍ଟନ କରିଥିଲେ I କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଯୋଗ ଦେଇ ଭାରତରତ୍ନ ଡଃ ଆମ୍ବେଦକର ଆମ ସମସ୍ତଙ୍କ ପାଇଁ ପ୍ରେରଣା ହୋଇଥିବା ବେଳେ ତାଙ୍କ ଦର୍ଶନ ଓ ଶିକ୍ଷାକୁ ଆମେ ବାସ୍ତବ ଜୀବନରେ କାର୍ଯ୍ୟରେ ଲଗାଇବାକୁ ପ୍ରୟାସ କରିବା ଉଚିତ୍ ଏବଂ ସମସ୍ତ ପ୍ରକାର ପ୍ରତିକୂଳ ପରିସ୍ଥିତି ସତ୍ୱେ ଦୃଢ ଇଚ୍ଛାଶକ୍ତି ଓ ସାମର୍ଥ୍ୟ ବଳରେ ଯେ କୌଣସି ବ୍ୟକ୍ତି ସଫଳତାର ଶୀର୍ଷକୁ ପହଞ୍ଚି ପାରିବ, ଏହା ଆମ୍ବେଦକରଙ୍କ ଜୀବନୀ ଆମକୁ ଶିକ୍ଷା ଦେଇଛି ବୋଲି କହିବା ସହିତ ବିଦ୍ୟଳୟର ସମସ୍ୟା ଗୁଡିକୁ ପଚାରି ବୁଝି ଆଦର୍ଶ ଆଚରଣ ବିଧି ଶେଷ ହେବ ପରେ ପିଲାଙ୍କ ସୁବଧା ଲାଗି ଆବଶ୍ୟକୀୟ ଆନୁସଙ୍ଗିକ ବ୍ୟବସ୍ତା କରାଯିବ ବୋଲି କହିଛନ୍ତି । ଆରକ୍ଷୀ ଅଧିକ୍ଷକ ସଭାରେ ଡଃ ଆମ୍ବେଦକରଙ୍କ ବହୁମୁଖୀ ପ୍ରତିଭା ଏବଂ ଘଟଣାବହୁଳ ଜୀବନୀ ଉପରେ ଆଲୋକପାତ କରିବା ସହିତ ତାଙ୍କ ପ୍ରଦର୍ଶିତ ମାର୍ଗକୁ ଅନୁସରଣ କରିବାକୁ ଆହ୍ୱାନ ଦେଇଥିଲେ ।ସାଧାରଣ ସଭାରେ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟର ସମସ୍ତ କର୍ମକର୍ତ୍ତା, ଛାତ୍ରଛାତ୍ରୀ ଏବଂ ଜିଲ୍ଲା ସ୍ତରୀୟ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିବାବେଳେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ I

error: Content is protected !!