Monday, April 21, 2025
spot_imgspot_imgspot_img
Homeକଳା ସାହିତ୍ୟ ସଂସ୍କୃତିକ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ।

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ।

ପଦ୍ମପୁର – ନୋଡାଲ ଉପ୍ରା ବିଦ୍ୟାଳୟ ପୁରେନା ଠାରେ କ୍ଳଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉଦ୍ଘାଟନୀ ଉତ୍ସବରେ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ଡଲି ବେହେରା ଓ ସ୍କୁଲ ପରିଚାଳନା ସମିତିର ଅଧ୍ୟକ୍ଷ ଶ୍ରୀ ବିରେନ୍ଦ୍ର ମହାପାତ୍ର, ଶ୍ରୀ ଗଣେଶ ଓ ମା ସରସ୍ଵତୀଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଦୀପ ପ୍ରଜ୍ଜ୍ୱଳନ କରି ସଭାକାର୍ଯ୍ୟ ଆରମ୍ଭ କରିଥିଲେ।

ସ୍କୁଲ ଛାତ୍ରୀ ମାନଙ୍କ ଦ୍ବାରା ସ୍ଵାଗତ ସଙ୍ଗୀତ ଗାନ କରାଯାଇଥିଲା। ଉକ୍ତ ସଭାରେ ସି.ଆର.ସି.ସି ଶ୍ରୀ ମନୋଜ ସାହୁ,ପଞ୍ଚାୟତ ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ରେଣୁଧର ସାହୁ ଓ ନୋଡାଲ ଉପ୍ରାର ପୂର୍ବତନ ପ୍ରଧାନଶିକ୍ଷକ ଶ୍ରୀ ଲଲିତ ଦାଶ ଉପସ୍ଥିତ ଥିଲେ।

ଏହି କାର୍ଯ୍ୟକ୍ରମରେ ପ୍ରତିଭା ଚୟନ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଓ ଶେଷରେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ସମସ୍ତ କାର୍ଯ୍ୟକ୍ରମକୁ ଶ୍ରୀ ମିତ୍ରଭାନୁ ସାହୁ ସଂଯୋଜନା କରିଥିଲେ ଓ ସ୍କୁଲର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।

error: Content is protected !!