Thursday, February 13, 2025
spot_imgspot_imgspot_img
Homeକଳା ସାହିତ୍ୟ ସଂସ୍କୃତିଗଙ୍ଗାସାଗର ରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ।

ଗଙ୍ଗାସାଗର ରେ ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ।

ପାଟଣାଗଡ଼(ସନ୍ତୋଷ ପଣ୍ଡା)-ପାଟଣାଗଡ଼ ବ୍ଲକ ଗଙ୍ଗାସାଗର କ୍ଲଷ୍ଟରର ଗଙ୍ଗାସାଗର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ବୁଧବାର ବ୍ଲକ ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି।ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ପାଟଣାଗଡ଼ ଗୋଷ୍ଠୀ ଶିକ୍ଷାଧିକାରୀ ଶଙ୍କର ପ୍ରସାଦ ମାଝୀ, ମୁଖ୍ୟ ବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ଲଷ୍ମୀକାନ୍ତ ମିଶ୍ର, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ରତନ ଧରୁଆ, ବୃନ୍ଦାବନ ବାଗ ଓ ପ୍ରଧାନ ଶିକ୍ଷୟତ୍ରୀ ସସ୍ମିତା ଚାନ୍ଦ ଯୋଗଦେଇଥିଲେ।

ପ୍ରଥମେ ନିପୁଣ ଓଡିଶା ସଂଗୀତ ଗାନ ସହିତ ଶପଥ ପାଠ କରାଯାଇ ଲୋଗୋ ଉନ୍ମୋଚନ କରାଯାଇଥିଲା।ଏଥିରେ ୧୭ ଟି କ୍ଲଷ୍ଟରର ୮୦ ରୁ ଉର୍ଧ୍ଵ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନ କରାଯାଇଥିଲା। ମୌଳିକ ସାକ୍ଷରତା ଉପରେ ପର୍ଯ୍ୟବେଷିତ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରିଥିବା ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଅତିଥିବୃନ୍ଦ ସମ୍ମାନିତ କରିଥିଲେ। ଦେବକାନ୍ତ ମେହେର କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ବ୍ଲକର ସମସ୍ତ ସିଆରସିସି, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଓ ଅବିଭାବକ ମାନେ ଉପସ୍ଥିତ ଥିଲେ।

error: Content is protected !!