Sunday, March 8, 2026
Homeରାଜ୍ୟଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ।

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ।

ପାଇକମାଳ(ବିଦ୍ୟାଧର ସାହୁ)-ପାଇକମାଳ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ପଦ୍ମପୁର ଉପଜିଲ୍ଲାପାଳ ଅରୁଗୁଲା ସ୍ନେହା ଏବଂ ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ବରଗଡଶ୍ରୀ ସୁଭାଷ ଅଗ୍ରୱାଲ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୮୫ ଗୋଟି ଅଭିଯୋଗ ମଧ୍ୟରୁ ୪୬ ଗୋଟି ବ୍ୟକ୍ତିଗତ, ୩୯ ଗୋଟି ସାମୁହିକ ଅଭିଯୋଗର ଶୁଣାଣି ପରେ ହସ୍ତଗତ ହୋଇଥିବା ଅଭିଯୋଗ ମଧ୍ୟରୁ ତତକ୍ଷଣାତ ଗୋଟିଏ ଅଭିଯୋଗକୁ ସମାଧାନ କାରିବା ସହ ଅନ୍ୟାନ୍ୟ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

error: Content is protected !!