Saturday, March 7, 2026
Homeକଳା ସାହିତ୍ୟ ସଂସ୍କୃତିପ୍ରଧାନ ଶିକ୍ଷକ ଯଶୋବନ୍ତ ମେହେରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ।

ପ୍ରଧାନ ଶିକ୍ଷକ ଯଶୋବନ୍ତ ମେହେରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ।

ଅତାବିରା(ସୁରେନ୍ଦ୍ର କଠାର)-ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଅଧିନ ରେମଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଟିତ ହୋଇଯାଇଛି । ଉକ୍ତ ସ୍କୁଲର ପ୍ରଧାନ ଶିକ୍ଷକ ଯଶୋବନ୍ତ ମେହେରଙ୍କୁ ପୁଷ୍ପଗୁଛ,ଉତ୍ତରୀୟ ଦେଇ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା।

ଏହି ସମ୍ବର୍ଦ୍ଧନା ସଭା କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ଭେଡେନ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ମଛିନ୍ଦ୍ର ମଲ୍ଲିକ,ସମ୍ମାନୀତ ଅତିଥି ଭାବେ ସ୍କୁଲ ପରିଚାଳନା କମିଟିର ସଭାନେତ୍ରୀ ରାସେଶ୍ୱରୀ ଭୋଇ , ସରପଞ୍ଚ ଉଦ୍ଧବ ବାରିକ , ସରକାରୀ ଉଚ୍ଚ ବିଦ୍ୟାଳୟର ପୁରାତନ ଛାତ୍ର ଶିବ ପ୍ରସାଦ ଖମାରି , ବିଆରସିସି ମନୋରଞ୍ଜନ ବେହେରା, ମହାଦେବ ଭୋଇ ଯୋଗଦାନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ କର୍ମଚାରୀ,ପରିଚାଳନା କମିଟିର ସଦସ୍ୟ ସଦସ୍ଯା ଓ ଗ୍ରାମବାସୀ ପ୍ରମୁଖ ଉପସ୍ଥିତ ଥିଲେ ।

error: Content is protected !!