Saturday, November 23, 2024
spot_imgspot_imgspot_img
Homeକଳା ସାହିତ୍ୟ ସଂସ୍କୃତିବଙ୍ଗୋମୁଣ୍ଡା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ମିଳିତ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ।

ବଙ୍ଗୋମୁଣ୍ଡା ବ୍ଲକରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ମିଳିତ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ।

ବଙ୍ଗୋମୁଣ୍ଡା – ଜୁଲାଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ମିଳିତ ଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ବଙ୍ଗୋମୁଣ୍ଡା ବ୍ଲକ ମୁଖ୍ୟାଳୟରେ ଜିଲ୍ଲାପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ ଙ୍କୁ ସମୁଦାୟ ୬୫ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ 14 ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ 5 ଟି ସାମୁହିକ ଦରଖାସ୍ତ ଥିଲା ।

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ମାମଲାର ଶୁଣାଣୀର ତୁରନ୍ତ ସମାଧାନ ହେଇଛି ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀ ଙ୍କୁ ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି । ଏଥିରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି କିମ୍ବା ରେଡ଼କ୍ରସ ସହାୟତା ପାଇଁ କୌଣସି ଆବେଦନ ଆସିନଥିଲା । । ଜିଲ୍ଲାପାଳ ତାଙ୍କ ଏହି ଗସ୍ତରେ ବଙ୍ଗୋମୁଣ୍ଡା ବ୍ଲକ ବିଭିନ୍ନ ଗ୍ରାମ ପଞ୍ଚାୟତ ବୁଲିଦେଖିଥିଲେ । ସେ ସିନ୍ଧେକେଲା ର ଗ୍ରାମୀଣ ପାର୍କ ,ଗ୍ରାମୀଣ ଶିଳ୍ପ ପାର୍କ , ଅମୃତସରୋବର ସିନ୍ଧେକେଲା ,ଅମୃତସରୋବର ଭୂର୍ଷାଗୁଡ଼ା 5t ସ୍କୁଲ ଜମଖୁଣ୍ଟା,5t ସ୍କୁଲ ଝଲପ ବୁଲି ଦେଖିଥିଲେ ।

ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ଜିଲ୍ଲା ପରିଷଦ ମୁଖ୍ୟ ଉନୟନ ଅଧିକାରୀ ପ୍ରଭାତ କୁମାର ମହାପାତ୍ର , ଟିଟିଲାଗ଼ଡ ଉପଜିଲ୍ଲାପାଳ ରେହାନ ଖେତ୍ରି , ଡେପୁଟି କଲେକ୍ଟର(ସାଧାରଣ ଓ ବିବିଧ)ସଚିଦାନନ୍ଦ ମିଶ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସଧିକାରୀ ଡାକ୍ତର ପ୍ରଦୀପ କୁମାର ଗୁରୁ, ଡିଏସଏସଓ ପ୍ରସନ୍ନଜିତ ହୋତା, ଜିଲ୍ଲା ଶିକ୍ଷାଧିକାରୀ ଧୃବ ଚରଣ ବେହେରା, ଜିଲ୍ଲା ମୁଖ୍ୟ ମତ୍ସ ଅଧିକାରୀ ଉମେଶ ଧରୁଆ, ଡ଼ିପିସି ମିଶନ ଶକ୍ତି ସୁମନ ଦ୍ଵିବେଦୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀମତୀ ଲକ୍ଷ୍ମୀ ସିଂ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଲେଖ ବିଶ୍ବାଳ , ସ୍ନିଗ୍ଧାରାଣୀ ତ୍ରିପାଠୀ ବଙ୍ଗୋମୁଣ୍ଡା ବିଡ଼ିଓ ବାସନ୍ତୀ ସେଠୀ, ବଙ୍ଗୋମୁଣ୍ଡା ତହସିଲଦାର ଜୋସ୍ନାରାଣୀ ମାଝୀ, ବଙ୍ଗୋମୁଣ୍ଡା ବନାଞ୍ଚଲ ତଥା ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

error: Content is protected !!