ଭୁବନେଶ୍ୱର-ଭଦ୍ରକ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ହରପ୍ରିୟା ସାହୁଙ୍କ ସହ ଶତାକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ କନ୍ଧମାଳ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ବିଜୟ ନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ହରପ୍ରିୟା ସାହୁଙ୍କ ସହ ଶତାଧିକ ବିଜେପି କର୍ମୀଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ନାୟକ ଉପଢୌକନ ଦେଇ ସ୍ଵାଗତ କରିଥିଲେ । ଆଜି ବିଜେପି କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ଭଦ୍ରକ ଜିଲ୍ଲାରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର ଓ ଶ୍ରୀ ନାୟକ କହିଥିଲେ।
ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ହରପ୍ରିୟା ନାୟକ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ଵ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।