Sunday, March 8, 2026
Homeରାଜ୍ୟସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁ ପୂର୍ଣ୍ଣିମା ଉତ୍ସବ ।

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁ ପୂର୍ଣ୍ଣିମା ଉତ୍ସବ ।

ପଦ୍ମପୁର – ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର, ପଦ୍ମପୁରରେ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି । ପ୍ରାତଃ ପର୍ଯ୍ୟାୟରେ ପର୍ଯ୍ୟାୟ ପ୍ରମୁଖ ଶ୍ରୀମତୀ ସୁଜାତା ତ୍ରିପାଠୀ ଗୁରୁ ପୂର୍ଣ୍ଣିମାର ଉଦ୍ଦେଶ୍ୟ କଥନ କରିଥିଲେ । ଶ୍ରୀଯୁକ୍ତ ଦୁର୍ବାଦଳ ସାହୁ ଗୁରୁପୂର୍ଣ୍ଣିମା ବିଷୟରେ ବୌଦ୍ଧିକ ପ୍ରଦାନ କରିଥିଲେ। ଶିଶୁ ମନ୍ଦିର ବିଭାଗରେ ରୋହିତ କୁମାର ମେହେର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀପ ପ୍ରଜ୍ଜ୍ୱଳନ କରି ବ୍ୟାସ ପୂର୍ଣ୍ଣିମା ବିଷୟରେ ପ୍ରାଞ୍ଜଳ ଭାବେ ବର୍ଣ୍ଣନା କରିଥିଲେ। ମୁଦିରଥ ପଣ୍ଡା ଅତିଥି ପରିଚୟ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମକୁ ପିଙ୍କି ଗୁରୁମା ସଂଯୋଜନା କରିଥିଲା ବେଳେ ରଞ୍ଜିତା ଗୁରୁମା ବୌଦ୍ଧିକ ପ୍ରଦାନ କରିଥିଲେ। ନରେନ୍ଦ୍ର କୁମ୍ଭାର ଧନ୍ୟବାଦ ଅର୍ପଣ କରିଥିଲେ ।

ସେହିପରି ବିଦ୍ୟାମନ୍ଦିର ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମ ମୁଖ୍ୟ ଅତିଥି ଭାବରେ ବିଦ୍ୟାଳୟର ସମ୍ପାଦକ ଜନକ ଲାଲ ମେହେର ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଶିଶୁ ଭାଇଭଉଣୀ ମାନଙ୍କୁ କାହିଁକି ଗୁରୁ ପୂର୍ଣ୍ଣିମା ପାଳନ କରୁ ସେ ବିଷୟରେ ମାର୍ଗ ଦର୍ଶନ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ମୁଖ୍ୟ ଅତିଥିଙ୍କ ପରିଚୟ କରିବା ସହିତ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ମମତା ଗଡ଼ତିଆ ଗୁରୁମା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ବିଦ୍ୟା ମନ୍ଦିର ପ୍ରମୁଖ ଦେବରାଜ ଡନସନା ଗୁରୁଜୀ ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।

error: Content is protected !!