ବୁଗୁଡ଼ା(ସୋରେନ କୁମାର ପ୍ରଧାନ)-ବୁଗୁଡ଼ା ବ୍ଳକ ଅନ୍ତର୍ଗତ ଅନ୍ତରପଡା ଗ୍ରାମର ସ୍ବାମୀ ବିବେକାନନ୍ଦ ଶିକ୍ଷାକେନ୍ଦ୍ରରେ ୧୫ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅଧ୍ୟକ୍ଷ ସ୍ଵୟଂଶାସିତ ବିଜ୍ଞାନ ମହାବିଦ୍ୟାଳୟ ହିଞ୍ଜିଳିକାଟୁ ଶ୍ରୀ ଅରୁଣ କୁମାର ଖାଡ଼ଙ୍ଗା। ମୁଖ୍ୟ ବକ୍ତା ଭାବେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ମାହାମାୟୀ ଉଚ୍ଚ ବିଦ୍ୟାଳୟ ତାଳ ସାକର ଶ୍ରୀ ଗୌରୀଶଙ୍କର ମିଶ୍ର, ସମ୍ମାନିତ ଅତିଥି ଭାବେ ଅନ୍ତର୍ଯାତୀୟ ଚିତ୍ରଶିଳ୍ପୀ ଡ଼. ସ୍ଥିତଧୀ ରଥ, ପୁର୍ବତନ ସରପଞ୍ଚ ସନ୍ତୋଷ କୁମାର ଭୋଳ ପ୍ରମୁଖ ଯୋଗଦେଇ ଦୀପ ପ୍ରଜ୍ବଳନ କରି ସଭା କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ନଳିନୀ କୁମାରୀ ଦାଶ ପ୍ରାରମ୍ଭିକ ସଙ୍ଗିତ ଗାୟନ କରିିଥିଲେ।

ଅତିଥି ମାନେ ବିଦ୍ୟାଳୟ, ଶିକ୍ଷକ ଶିକ୍ଷୟତ୍ରୀ ପରିଚାଳନା କମିଟି ଓ ଛାତ୍ର ଛାତ୍ରୀଙ୍କ ଭୂମିକା ବିଷୟରେ ବକ୍ତବ୍ୟ ରଖିଥିଲେ। ଏବଂ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ଦ୍ୱିତୀୟାର୍ଦ୍ଧରେ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଏବଂ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଛାତ୍ରଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରା ଯାଇଥିଲା। ଶିକ୍ଷା କେନ୍ଦ୍ରର ଗୁରୁଜୀ ଓ ଗୁରୁମା ସଭାକାର୍ଯ୍ୟକୁ ସୁଚାରୁ ରୁପେ ପରିଚାଳନା କରିଥିବା ବେଳେ ପରିଶେଷରେ ଅନୁଷ୍ଠାନର ସମ୍ପାଦକ ଶ୍ରୀ ଦିଲ୍ଲୀପ କୁମାର ଖାଡ଼ଙ୍ଗା ଧନ୍ୟବାଦ ଅର୍ପଣ କରିଥିଲେ।

